Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତାହାପରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିପକାଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ତତ୍ପରେ ପ୍ରଭୁ ତାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିଦିଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି।

Gade chapit la Kopi

ଓଡିଆ ବାଇବେଲ

33 ତା'ପରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିପକାଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ପ୍ରଭୁ ତାଙ୍କୁ କହିଲେ, ‘ତୁମର ପାଦକୁ କାଢ଼, କାରଣ ତୁମେ ଯେଉଁଠାରେ ଛିଡ଼ା ହୋଇଛ, ତାହା ପବିତ୍ର ସ୍ଥାନ।

Gade chapit la Kopi

ପବିତ୍ର ବାଇବଲ

33 “ତା'ପରେ ପ୍ରଭୁ ତାହାଙ୍କୁ କହିଲେ, ‘ତୁମ୍ଭେ ପାଦରୁ ପାଦୁକା କାଢ଼ିଦିଅ, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହୋଇଛ ତାହା ପବିତ୍ରଭୂମି।

Gade chapit la Kopi




ପ୍ରେରିତ 7:33
5 Referans Kwoze  

ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”


ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, “ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର।” ଆଉ ଯିହୋଶୂୟ ସେପରି କଲେ।


ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ।


ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।


ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


Swiv nou:

Piblisite


Piblisite