Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

36 ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ସେ ମିଶରରେ ଓ ଲୋହିତ ସାଗରରେ ବହୁ ଆଶ୍ଚର୍ଯ୍ୟକର୍ମ ସାଧନ କରି ଲୋକମାନଙ୍କୁ ମିସରରୁ ବାହାର କରି ଆଣ, ଚାଳିବ ବର୍ଷ ପର୍ଯ୍ୟନ୍ତ ମରୁପ୍ରାନ୍ତରରେ ସେମାନଙ୍କୁ ବାଟ କଢ଼ାଇ ନେଲେ।

Gade chapit la Kopi

ପବିତ୍ର ବାଇବଲ

36 ତେଣୁ ମୋଶା ମିଶର ଦେଶରେ ଓ ସୂଫ ସମୁଦ୍ରରେ ତଥା ମରୂଭୂମିରେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାରର ଆଶ୍ଚର୍ଯ୍ୟ ପୂର୍ଣ୍ଣ ଚିହ୍ନ ଓ କାର୍ଯ୍ୟମାନ କରି ସେମାନଙ୍କୁ ବାହାରକୁ ଆଣିଲେ।

Gade chapit la Kopi




ପ୍ରେରିତ 7:36
38 Referans Kwoze  

ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।


ସେହି ଚାରି ଶହ ତିରିଶ ବର୍ଷ ଶେଷରେ, ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ।


ଏହାପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏହି ସ୍ଥାନରୁ ପ୍ରସ୍ଥାନ କର;


ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।


ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି।


ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,


କିନ୍ତୁ ଈଶ୍ବର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖାଅଛି, “‘ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?


ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;”


ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ପ୍ରକାଶ କଲ; କାରଣ ମିସରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।


ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।


ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।


ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।”


ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର,”


“ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ।”


Swiv nou:

Piblisite


Piblisite