Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ଵର ତୁମ୍ଭମାନଙ୍କର ଭ୍ରାତୃଗଣଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କି ଉତ୍ପନ୍ନ କରିବେ।

Gade chapit la Kopi

ଓଡିଆ ବାଇବେଲ

37 ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ମୋଶା ନିଜେ ଇଶ୍ରାୟେଲର ଲୋକମାନଙ୍କୁ କହିଥିଲେ, ‘ଈଶ୍ୱର ମୋତେ ଯେପରି ପଠାଇଲେ, ସେପରି ତୁମ୍ଭମାନଙ୍କ ନିକଟକୁ ଜଣେ ଭାବବାଦୀ ପଠାଇବେ - ସେ ତୁମ ନିଜ ଲୋକମାନଙ୍କ ମଧ୍ୟରୁ ଜଣେ ହେବେ।’

Gade chapit la Kopi

ପବିତ୍ର ବାଇବଲ

37 “ସେ ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ‘ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରୁ ମୋ’ ପରି ଜଣେ ଭାବବାଦୀଙ୍କୁ ସୃଷ୍ଟି କରିବେ।’

Gade chapit la Kopi




ପ୍ରେରିତ 7:37
12 Referans Kwoze  

ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।”


ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃ-ପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।


ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶୁଣ।


ପୁଣି, ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର।


ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।”


ପୁଣି, ସେହି ଆହସ୍‌ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।


ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ।


Swiv nou:

Piblisite


Piblisite