Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ବରଂ ତୁମ୍ଭେମାନେ ଉପାସନା କରିବା ନିମନ୍ତେ ଯେଉଁ ମୂର୍ତ୍ତିଗୁଡ଼ିକ ଗଢ଼ିଥିଲ, ସେହି ମୋଲଖର ତମ୍ବୁ ଓ ରେମ୍ଫାନ୍ ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ। ଏଣୁ ମୁଁ ତୁମ୍ଭମାନଙ୍କୁ ବାବିଲର ଆରପାଖକୁ ବନ୍ଦୀ କରି ପଠାଇବି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ବରଂ ତୁମ୍ଭେମାନେ ପୂଜା କରିବା ନିମନ୍ତେ ଯେଉଁ ମୂର୍ତ୍ତିଗୁଡ଼ାକ ଗଢ଼ିଥିଲ, ସେହି ମୋଲଖର ତମ୍ଵୁ ଓ ରମ୍ପା ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ। ଏଣୁ ଆମ୍ଭେ ତୁମ୍ଭମାନଙ୍କୁ ବାବିଲର ଆର ପାଖକୁ ନିର୍ବାସିତ କରିବା।

Gade chapit la Kopi

ଓଡିଆ ବାଇବେଲ

43 ବରଂ ତୁମ୍ଭେମାନେ ଉପାସନା କରିବା ନିମନ୍ତେ ଯେଉଁ ମୁର୍ତ୍ତିଗୁଡ଼ିକ ଗଢ଼ିଥିଲ, ସେହି ମୋଲଖର ତମ୍ବୁ ଓ ରେମ୍ଫାନ୍ ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ । ଏଣୁ ମୁଁ ତୁମ୍ଭମାନଙ୍କୁ ବାବିଲର ଆରପାଖକୁ ବନ୍ଦୀ କରି ପଠାଇବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 କିନ୍ତୁ ତୁମ୍ଭେମାନେ ପୂଜା କରିବା ପାଇଁ ଯେଉଁ ମୂର୍ତ୍ତିସବୁ ଗଢ଼ିଥିଲ, ସେହି ମାଲେଖର ତମ୍ବୁ ଓ ନକ୍ଷତ୍ର ଦେବତା ରମ୍ପାର ପ୍ରତିମୂର୍ତ୍ତିକୁ ବହନ କଲ। ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ବାବିଲୋନର ଅପରପାଶ୍ୱର୍କୁ ନିର୍ବାସିତ କରିବି।’

Gade chapit la Kopi

ପବିତ୍ର ବାଇବଲ

43 ତୁମ୍ଭେମାନେ ତୁମ୍ଭମାନଙ୍କ ସହିତ ମୋଲଖର ତମ୍ବୁ ଏବଂ ନକ୍ଷତ୍ର ଦେବତା ରମ୍ପାର ମୂର୍ତ୍ତିକୁ ମଧ୍ୟ ବୋହି ନେଇଯାଇଥିଲ। ଏଗୁଡ଼ିକୁ ତୁମ୍ଭେମାନେ ପୂଜା କରିବା ପାଇଁ ତିଆରି କରିଥିଲ। ତେଣୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ବାବିଲନର ଆରପାରିକୁ ପଠାଇ ଦେବି।’

Gade chapit la Kopi




ପ୍ରେରିତ 7:43
13 Referans Kwoze  

ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।


ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।


ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।


ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ମୋଲକ୍‍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।


ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍‍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍‍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।


ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ?


Swiv nou:

Piblisite


Piblisite