Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଦାଉଦ ଈଶ୍ବରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ବରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଦାଉଦ ଈଶ୍ଵରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ଵରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ।

Gade chapit la Kopi

ଓଡିଆ ବାଇବେଲ

46 ଦାଉଦ ଈଶ୍ୱରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ୱରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 ଦାଉଦ ଈଶ୍ୱରଙ୍କ ସନ୍ତୋଷର ପାତ୍ର ହୋଇ ଯାକୁବଙ୍କ ଈଶ୍ୱରଙ୍କ ପାଇଁ ଏକ ଆବାସ ଗୃହ ପ୍ରସ୍ତୁତ କରିବାକୁ ତାଙ୍କର ଅନୁମତି ଚାହିଁଥିଲେ।

Gade chapit la Kopi

ପବିତ୍ର ବାଇବଲ

46 ଦାଉଦ ପରମେଶ୍ୱରଙ୍କ କୃପା ପ୍ରାପ୍ତ ହେଲେ। ସେ ଯାକୁବର ପରମେଶ୍ୱରଙ୍କ ପାଇଁ ଗୋଟିଏ ମନ୍ଦିର ତୋଳିବାକୁ ଅନୁମତି ଦେବା ପାଇଁ ପରମେଶ୍ୱରଙ୍କୁ ଅନୁରୋଧ କଲେ।

Gade chapit la Kopi




ପ୍ରେରିତ 7:46
18 Referans Kwoze  

ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦଙ୍କୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ।


ଏଥିରେ ଦାଉଦ ମୀଖଲକୁ କହିଲେ, “ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି।


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।


ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।


ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।”


Swiv nou:

Piblisite


Piblisite