Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:55 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

55 କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ଵର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ଵରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବା ଦେଖି କହିଲେ,

Gade chapit la Kopi

ଓଡିଆ ବାଇବେଲ

55 କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ୱରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

55 କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ସ୍ୱର୍ଗଆଡ଼େ ଦୃଷ୍ଟିପାତ କଲେ ଏବଂ ଈଶ୍ୱରଙ୍କ ମହିମା ଓ ଯୀଶୁଙ୍କୁ ତାଙ୍କର ଦକ୍ଷିଣ ପାଶ୍ୱର୍ରେ ଠିଆ ହୋଇଥିବାର ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ

55 କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଆକାଶକୁ ଗ୍ଭହିଁଲେ। ସେଠାରେ ସେ ପରମେଶ୍ୱରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ୱରଙ୍କ ଡାହାଣ ପଟେ ଠିଆ ହେବାର ଦେଖିଲେ।

Gade chapit la Kopi




ପ୍ରେରିତ 7:55
27 Referans Kwoze  

ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ।


ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ।


ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,


ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;


ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।


ଯିଶାଇୟ ଏହିସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ।


କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।


ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରିପାରୁ, ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;


ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।


ଏଉତ୍ତାରେ ସଦାପ୍ରଭୁଙ୍କର ପ୍ରତାପ ନଗର ମଧ୍ୟରୁ ଊର୍ଦ୍ଧ୍ୱଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପରେ ସ୍ଥଗିତ ହେଲା।


ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।


ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି।


ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ବରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;


ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,


ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।


ଏଥିଉତ୍ତାରେ ସଦାପ୍ରଭୁଙ୍କ ପ୍ରତାପ ଗୃହର ଏରୁଣ୍ଡିର ଊର୍ଦ୍ଧ୍ୱରୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠାନ କଲା।


ତହିଁରେ ମୁଁ ଉଠି ପଦାଭୂମିକୁ ବାହାରିଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।


ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି।


Swiv nou:

Piblisite


Piblisite