Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:60 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

60 ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

60 ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚ ସ୍ଵରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

60 ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ । ସେ ଏହା କହି ମହାନିଦ୍ରା (ମୃତ୍ୟୁ) ପ୍ରାପ୍ତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

60 ସେ ଆଣ୍ଠୁମାଡ଼ି ଉଚ୍ଚ ସ୍ୱରରେ କହିଲେ, “ପ୍ରଭୁ! ଏମାନଙ୍କ ବିରୁଦ୍ଧରେ ଏହି ପାପ ସ୍ମରଣ କର ନାହିଁ।” ଏହା କହି ସେ ପ୍ରାଣତ୍ୟାଗ କଲେ। ସ୍ତିଫାନଙ୍କ ପ୍ରାଣଦଣ୍ଡକୁ ଶାଉଲ ଅନୁମୋଦନ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

60 ତା'ପରେ ସେ ଆଣ୍ଠୁମାଡ଼ି ପଡ଼ି ଜୋ‌ର୍‌‌ରେ କହିଲେ, “ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କର ନାହିଁ।” ଏହା କହି ସେ ମୃତ୍ୟୁବରଣ କଲେ।

Gade chapit la Kopi




ପ୍ରେରିତ 7:60
23 Referans Kwoze  

କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।


କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।


ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।


କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।


ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।


ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ କରିଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି।


ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,


ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;


ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,


ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ।


ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ କରିଅଛନ୍ତି।


ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,


ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାʼନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।


ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି।


ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁପାତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,


ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,


ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।


ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, “ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାହାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି।”


ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।


ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃ-ପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।


Swiv nou:

Piblisite


Piblisite