Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଶମିରୋଣର ଲୋକମାନେ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମ ସହରରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଶମିରୋଣର ଲୋକମାନେ ଯେ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।

Gade chapit la Kopi

ଓଡିଆ ବାଇବେଲ

14 ଶମିରୋଣର ଲୋକମାନେ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଶମିରୋଣର ଲୋକମାନେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି ବୋଲି ଯିରୂଶାଲମରେ ଥିବା ପ୍ରେରିତ ଶିଷ୍ୟମାନେ ଶୁଣି, ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ

14 ପ୍ରେରିତମାନେ ଯିରୁଶାଲମରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି। ତେଣୁ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ପାଖକୁ ପଠାଇଲେ।

Gade chapit la Kopi




ପ୍ରେରିତ 8:14
15 Referans Kwoze  

ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ବରଙ୍କ ସହକର୍ମୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;


ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମ ସହରରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦିୟା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।


କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟର ପ୍ରେମକୁ ତୁଚ୍ଛ ମନେ କଲେ।


ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।


ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।


ଅଣଯିହୁଦୀମାନେ ମଧ୍ୟ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦିୟା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ।


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ।


ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, “ଆମ୍ଭେମାନେ ଯେପରି ଭୋଜନ କରିପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।”


କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”


କାରଣ ସେ ବେଥେଲ୍‍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”


Swiv nou:

Piblisite


Piblisite