Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ବରଙ୍କ ଦାନ କିଣିବାକୁ ଭାବିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କିନ୍ତୁ ପିତର ତାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ଵାରା ଈଶ୍ଵରଙ୍କ ଦାନ କିଣିବାକୁ ଭାବିଲ।

Gade chapit la Kopi

ଓଡିଆ ବାଇବେଲ

20 କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ୱରଙ୍କ ଦାନ କିଣିବାକୁ ଭାବିଲ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 କିନ୍ତୁ ପିତର ତାକୁ କହିଲେ, “ତୁମ ସହିତ ତୁମ ଟଙ୍କା ବି ଧ୍ୱଂସ ପାଉ, ଟଙ୍କା ଦ୍ୱାରା ତୁମେ ଈଶ୍ୱରଙ୍କ ଦାନ କିଣିବାକୁ ଭାବିଛ!

Gade chapit la Kopi

ପବିତ୍ର ବାଇବଲ

20 ପିତର ତାହାକୁ କହିଲେ, “ତୁମ୍ଭେ ଓ ତୁମ୍ଭର ଟଙ୍କା ସବୁଦିନ ପାଇଁ ନଷ୍ଟ ହୋଇଯାଉ, କାରଣ ତୁମ୍ଭେ ଭାବିଲ ଯେ, ପରମେଶ୍ୱରଙ୍କ ଦାନ ଟଙ୍କାରେ କିଣି ହେବ।

Gade chapit la Kopi




ପ୍ରେରିତ 8:20
23 Referans Kwoze  

ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।


ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, “ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।


ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।


ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ,


ପୁଣି, ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ। ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ!


ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ-ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇପାରେ;


ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।


ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ବର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ବରଙ୍କୁ ପ୍ରତିରୋଧ କରିପାରିଥାନ୍ତି?


ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୁଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;


କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।”


“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।


“ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ,” ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ।


ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;


କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।


ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।


ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ।


Swiv nou:

Piblisite


Piblisite