Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କʼଣ ବୁଝୁଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

30 ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ଫିଲିପ୍ପ ଦୌଡ଼ି ଦୌଡ଼ି ଗଲେ ଓ ସେହି କର୍ମଚାରୀଙ୍କୁ ଭାବବାଦୀଙ୍କ ପୁସ୍ତକ ପାଠ କରୁଥିବା ଶୁଣିଲେ। ସେ ତାଙ୍କୁ ପଚାରିଲେ, “ଆପଣ ଯାହା ପଢ଼ୁଛନ୍ତି, ତାହା ବୁଝିପାରୁଛନ୍ତି କି?”

Gade chapit la Kopi

ପବିତ୍ର ବାଇବଲ

30 ଫିଲି‌ପ୍‌ପ ରଥ ପାଖକୁ ଯାଇ ତାହାଙ୍କୁ ଯିଶାଇୟ ଭାବବାଦୀଙ୍କର ପୁସ୍ତକ ପଢ଼ିବାର ଶୁଣିଲେ। ସେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଯାହା ପଢ଼ୁଛ, ତାହା କ’ଣ ବୁଝିପାରୁଛ?”

Gade chapit la Kopi




ପ୍ରେରିତ 8:30
18 Referans Kwoze  

ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।


ଆଉ ଯୀଶୁ ଲୋକମାନଙ୍କୁ ପାଖକୁ ଡାକି ସେମାନଙ୍କୁ କହିଲେ, “ଶୁଣ ଓ ବୁଝ;


କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”


ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥିନିମନ୍ତେ ମଣ୍ଡଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ।


“କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ୍ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;


ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),


“ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ” ସେମାନେ ତାହାଙ୍କୁ କହିଲେ ହଁ।


ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି। ହେ।


ଏଠାରେ ଜ୍ଞାନ ଆବଶ୍ୟକ। ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ଛଅ ଶହ ଛଷଠି।


ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଆସିଥିଲେ;


ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।


ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ।


ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।


ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।


Swiv nou:

Piblisite


Piblisite