Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ, ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।

Gade chapit la Kopi

ଓଡିଆ ବାଇବେଲ

31 ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି ? ଆଉ, ସେ ଫିଲିପ୍ପଙ୍କ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 କର୍ମଚାରୀ ଉତ୍ତର ଦେଲେ, “କାରଣ କେହି ମୋତେ ଏହା ବୁଝାଇ ନ ଦେଲେ, ମୁଁ କିପରି ବୁଝିପାରିବି?” ତାଙ୍କ ସହିତ ରଥରେ ବସିବା ପାଇଁ ସେ ଫିଲିପ୍ପଙ୍କୁ ନିମନ୍ତ୍ରଣ କଲେ।

Gade chapit la Kopi

ପବିତ୍ର ବାଇବଲ

31 ସେ ନପୁଂସକ କହିଲେ, “ଯଦି କେହି ଏହା ବୁଝିବାକୁ ସାହାଯ୍ୟ କରିବେ ନାହିଁ, ତେବେ ମୁଁ ଏହା କିପରି ବୁଝିବି?” ତେଣୁ ସେ ଫିଲି‌ପ୍‌ପଙ୍କୁ ରଥରେ ଚଢ଼ି ନିଜ ପାଖରେ ବସିବା ପାଇଁ ଅନୁରୋଧ କଲେ।

Gade chapit la Kopi




ପ୍ରେରିତ 8:31
20 Referans Kwoze  

ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?


ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;


ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର।


ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ।


କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”


ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।


ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।


ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?


ଏଣୁ ନାମାନ୍‍ ଆପଣା ଅଶ୍ୱ ଓ ରଥ ଇତ୍ୟାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା।


ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି?


ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, “ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ।


Swiv nou:

Piblisite


Piblisite