Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ।

Gade chapit la Kopi

ଓଡିଆ ବାଇବେଲ

35 ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ଫିଲିପ୍ପ ଧର୍ମଶାସ୍ତ୍ରର ଏହି ଅଂଶରୁ ଆରମ୍ଭ କରି ଯୀଶୁଙ୍କ ବିଷୟରେ ଲିଖିତ ସମସ୍ତ ଶୁଭବାର୍ତ୍ତା ତାଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

35 ତା'ପରେ ଫିଲି‌ପ୍‌ପ ଶାସ୍ତ୍ରର ସେହି ବାକ୍ୟରୁ ଆରମ୍ଭ କରି ଯୀଶୁଙ୍କର ସୁସମାଗ୍ଭର ପର୍ଯ୍ୟନ୍ତ ତାହାଙ୍କୁ କହିଲେ।

Gade chapit la Kopi




ପ୍ରେରିତ 8:35
20 Referans Kwoze  

ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।


କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ୱାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୁଦୀମାନଙ୍କର ଯୁକ୍ତିସବୁ ଖଣ୍ଡନ କରିବାକୁ ଲାଗିଲେ।


କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।


ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାହାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।


ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,


ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ।


ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,


ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି।


କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,


କିନ୍ତୁ ଭ୍ରମଣକାରୀ ଯିହୁଦୀ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି।


କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।


ସେଥିରେ ପିତର ମୁଖ ଫିଟାଇ କହିଲେ, ପ୍ରକୃତରେ ବର୍ତ୍ତମାନ ମୁଁ ଜାଣିଲି ଯେ ଈଶ୍ବର ପକ୍ଷପାତ କରନ୍ତି ନାହିଁ,


ପୁଣି, ଯୀଶୁ ଯେ ଈଶ୍ବରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ।


ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍‍ ଯୀଶୁଙ୍କୁ ସେ ପ୍ରେରଣ କରିବେ।


ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।


ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବା ଆଉ କାହା ବିଷୟରେ?


Swiv nou:

Piblisite


Piblisite