Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।

Gade chapit la Kopi

ଓଡିଆ ବାଇବେଲ

4 ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ବିକ୍ଷିପ୍ତ ହୋଇ ରହିଥିବା ବିଶ୍ୱାସୀମାନେ ଚାରିଆଡ଼କୁ ଯାଇ ସୁସମାଚାର ପ୍ରଚାର କଲେ।

Gade chapit la Kopi

ପବିତ୍ର ବାଇବଲ

4 ଯେଉଁମାନେ ଛିନ୍ନ ଭିନ୍ନ ହୋଇଯାଇଥିଲେ, ସେହି ଲୋକମାନେ ଗ୍ଭରିଆଡ଼େ ଯାଇ ସୁସମାଗ୍ଭର କହିଲେ।

Gade chapit la Kopi




ପ୍ରେରିତ 8:4
8 Referans Kwoze  

ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।


ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମ ସହରରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦିୟା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।


କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।


ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣ ଈଶ୍ବରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ବରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ।


ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।


ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି।


କିନ୍ତୁ ଫିଲିପ୍ପ ଈଶ୍ବରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ।


Swiv nou:

Piblisite


Piblisite