Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚ ସ୍ଵରରେ ଚିତ୍କାର କରି ବାହାରି ଆସିବାକୁ ଲାଗିଲେ, ପୁଣି ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।

Gade chapit la Kopi

ଓଡିଆ ବାଇବେଲ

7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଅନେକ ଲୋକଙ୍କଠାରୁ ପ୍ରେତାତ୍ମାମାନେ ଚିକ୍ରାର କରି ବାହାରି ଗଲେ, ଅନେକ ପକ୍ଷାଘାତ ରୋଗୀ ଓ ପଙ୍ଗୁମାନେ ସୁସ୍ଥ ହେଲେ।

Gade chapit la Kopi

ପବିତ୍ର ବାଇବଲ

7 ବହୁତ ଲୋକଙ୍କ ଭିତରେ ଭୂତମାନେ ଥିଲେ। କିନ୍ତୁ ସେମାନଙ୍କୁ ବାହାର କରିଦେଲେ। ବାହାରକୁ ଆସିବା ବେଳେ ଭୂତମାନେ ଉଚ୍ଚସ୍ୱରରେ ପାଟି କରୁଥିଲେ। ବହୁତ ପକ୍ଷାଘାତୀ ଏବଂ ଛୋଟ ଲୋକ ମଧ୍ୟ ଫିଲି‌ପ୍‌ପଙ୍କ ଦ୍ୱାରା ଆରୋଗ୍ୟ ହେଲେ।

Gade chapit la Kopi




ପ୍ରେରିତ 8:7
16 Referans Kwoze  

ଇତିମଧ୍ୟରେ ସେ ଆପଣା ବାର ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ।


ଯିରୂଶାଲମ ସହରର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ।


ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ‍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।


ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।


ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟନ୍ତ ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରିକି ଅଧିକାଂଶ କହିଲେ, ସେ ମରିଗଲା।


ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।


ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ।


Swiv nou:

Piblisite


Piblisite