Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ଯାଅ; କାରଣ ସେ ବିଜାତି, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;

Gade chapit la Kopi

ଓଡିଆ ବାଇବେଲ

15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ପ୍ରଭୁ ତାଙ୍କୁ କହିଲେ, “ଯାଅ, ଇହୁଦୀ, ଅଣଇହୁଦୀ ଓ ରାଜାମାନଙ୍କ ସମ୍ମୁଖରେ, ମୋ’ ନାମ ଘୋଷଣା କରିବାକୁ ଏବଂ ମୋର ସେବା କରିବାକୁ ମୁଁ ତାକୁ ମନୋନୀତ କରିଛି।

Gade chapit la Kopi

ପବିତ୍ର ବାଇବଲ

15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶେଷ କାର୍ଯ୍ୟ ପାଇଁ ବାଛିଛି।

Gade chapit la Kopi




ପ୍ରେରିତ 9:15
38 Referans Kwoze  

କିନ୍ତୁ ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୁଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି,


ଆଉ, ଯେଉଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,


ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।


“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବକ୍ତା କରି ନିଯୁକ୍ତ କରିଅଛୁ।”


କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରିପାରେ।


ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।”


ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି।


ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କିମ୍ବା ମନୁଷ୍ୟମାନଙ୍କ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା,


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।


ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।


ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।


ଆଉ ଆଗ୍ରିପ୍ପା ଫେଷ୍ଟସ୍‌ଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା।


ସେଥିରେ ଆଗ୍ରିପ୍ପା ଫେଷ୍ଟସ୍‌ଙ୍କୁ କହିଲେ ଆମ୍ଭେ ମଧ୍ୟ ସ୍ୱୟଂ ସେହି ଲୋକର କଥା ଶୁଣିବାକୁ ଇଚ୍ଛା କରୁଅଛୁ। ସେ କହିଲେ, କାଲି ଆପଣ ତାହାଙ୍କ କଥା ଶୁଣିବେ।


ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ବର ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହିସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।


ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।


ତିନି ଦିନ ପରେ ସେ ଯିହୁଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମ ସହରରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି।


ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,


ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ଆପଣା ସପକ୍ଷରେ କଥା କହିବା ନିମନ୍ତେ ଅନୁମତି ଦିଆଗଲା। ସେଥିରେ ପାଉଲ ହସ୍ତ ବିସ୍ତାର କରି ଆପଣା ପକ୍ଷ ସମର୍ଥନ କରିବାକୁ ଲାଗିଲେ,


ଅତଏବ ଈଶ୍ବରଙ୍କ ଏହି ପରିତ୍ରାଣ ଅଣଯିହୁଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ।


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ବର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର।


ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ


Swiv nou:

Piblisite


Piblisite