Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କଅଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେହିକ୍ଷଣି ତାଙ୍କ ଆଖିରୁ କାତି ପରି କʼଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,

Gade chapit la Kopi

ଓଡିଆ ବାଇବେଲ

18 ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କ'ଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସେହିକ୍ଷଣି ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା ଓ ସେ ଆଉ ଥରେ ଦେଖିବାକୁ ସମର୍ଥ ହେଲେ।

Gade chapit la Kopi

ପବିତ୍ର ବାଇବଲ

18 ଏହି କଥା କହିବା ସଙ୍ଗେ ସଙ୍ଗେ ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା। ସେ ଦେଖି ପାରିଲେ। ତା'ପରେ ସେ ଉଠି ବାପ୍ତିଜିତ ହେଲେ।

Gade chapit la Kopi




ପ୍ରେରିତ 9:18
11 Referans Kwoze  

କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।


ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।


ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେଶକ ସହରକୁ ଘେନିଗଲେ।


ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍‍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।


ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;


ମୋʼ ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ। ସେହି ମୁହୂର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି।


Swiv nou:

Piblisite


Piblisite