Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଭିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମ ସହରରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ, ଯେଉଁମାନେ ତାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଵିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ଉଚ୍ଛିନ୍ନ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ?

Gade chapit la Kopi

ଓଡିଆ ବାଇବେଲ

21 ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ବିତ ହୋଇ କହିବାକୁ ଲାଗିଲେ,ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା,ଏ କି ସେହି ନୁହେଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଯେଉଁମାନେ ତାଙ୍କ କଥା ଶୁଣିଲେ, ସେମାନେ ଆଚମ୍ବିତ ହୋଇ ପଚାରିଲେ, “”ଯିରୂଶାଲମରେ ଯୀଶୁ ନାମକ ବ୍ୟକ୍ତିର ଉପାସକମାନଙ୍କୁ ଯେଉଁ ଲୋକ ହତ୍ୟା କରୁଥିଲା, ଏ କ’ଣ ସେହି ନୁହେଁ? ସେମାନଙ୍କୁ ମୁଖ୍ୟ ଯାଜକମାନଙ୍କ ନିକଟକୁ ଧରି ନେଇ ଯିବା ଉଦ୍ଦେଶ୍ୟରେ ସେ କ’ଣ ଏଠାକୁ ଆସି ନ ଥିଲା?”

Gade chapit la Kopi

ପବିତ୍ର ବାଇବଲ

21 ତାହାଙ୍କ କଥା ଶୁଣୁଥିବା ସମସ୍ତ ଲୋକ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ କ’ଣ ସେହି ଲୋକ ନୁହେଁ, ଯିଏ ଏହି ନାମରେ ବିଶ୍ୱାସ କରିଥିବା ଯିରୁଶାଲମର ଲୋକମାନଙ୍କୁ ତାଡ଼ନା କରୁଥିଲା? ଏହି ଲୋକ କ’ଣ ସେ ନୁହେଁ, ଯେ କି ସେମାନଙ୍କୁ ବାନ୍ଧି ନେଇ ପ୍ରଧାନଯାଜକମାନଙ୍କ ପାଖକୁ ନେଇଯିବା ପାଇଁ ଏଠାକୁ ଆସିଥିଲା।”

Gade chapit la Kopi




ପ୍ରେରିତ 9:21
20 Referans Kwoze  

କିନ୍ତୁ ଶାଉଲ ଘରେ ଘରେ ପଶି ବିଶ୍ୱାସୀ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ନିକ୍ଷେପ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ।


ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍‍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।


ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।


ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,


ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ଭିତ ହେଲେ।


ଆଉ, ସମସ୍ତେ ଆଚମ୍ଭିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କଅଣ?


ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ।


ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।


ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।


ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ।


ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ‘ପରମେଶ୍ୱର କି କର୍ମ କରିଅଛନ୍ତି!’


ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।


ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।”


କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦମ୍ମେଶକନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ।


Swiv nou:

Piblisite


Piblisite