Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି ସେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାଙ୍କୁ ବଧ କରିବା ସକାଶେ ଚେଷ୍ଟା କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

29 ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ଏସବୁ ବିଷୟରେ ସେ ଗ୍ରୀକ୍ ଭାଷାବାଦୀ ଇହୁଦୀମାନଙ୍କ ସହିତ ମଧ୍ୟ ତର୍କ ବିତର୍କ କଲେ, କିନ୍ତୁ ସେମାନେ ତାଙ୍କୁ ହତ୍ୟା କରିବାକୁ ଚେଷ୍ଟା କଲେ।

Gade chapit la Kopi

ପବିତ୍ର ବାଇବଲ

29 ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ୟ କରୁଥିଲେ। କିନ୍ତୁ ସେମାନେ ତାହାଙ୍କୁ ମାରିବା ପାଇଁ ଚେଷ୍ଟା କଲେ।

Gade chapit la Kopi




ପ୍ରେରିତ 9:29
13 Referans Kwoze  

ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀ ବିଶ୍ୱାସୀମାନେ, ଏବ୍ରୀୟ ବିଶ୍ୱାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା।


କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ।


ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,


କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।


ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।


ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।


ତେଣୁ ସେ ସମାଜଗୃହରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ।


କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେଶକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ, ଏହିସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।


ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।


ଆଉ, ସେ ସେମାନଙ୍କ ସହିତ ଯିରୂଶାଲମ ସହରରେ ଗମନାଗମନ କରି,


ସେ ମୋତେ କହିଲେ, “ବିଳମ୍ବ ନ କରି ଶୀଘ୍ର ଯିରୂଶାଲମ ସହରରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।”


Swiv nou:

Piblisite


Piblisite