Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପରେ ସେ ଯାଉ ଯାଉ ଦମ୍ମେଶକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍‍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକି ଉଠିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପରେ ସେ ଯାଉ ଯାଉ ଦାମାସ୍କସ୍ର ନିକଟବର୍ତ୍ତୀ ହୁଅନ୍ତେ, ଅକସ୍ମାତ୍ ଆକାଶରୁ ଆଲୋକ ତାଙ୍କ ଚାରିଆଡ଼େ ଚମକି ଉଠିଲା।

Gade chapit la Kopi

ଓଡିଆ ବାଇବେଲ

3 ପରେ ସେ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକିଉଠିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଶାଉଲ ଦାମାସ୍କସ୍ ସହର ନିକଟବର୍ତ୍ତୀ ହେବା ସମୟରେ ହଠାତ୍ ଆକାଶରୁ ଏକ ଜ୍ୟୋତିଃ ତାଙ୍କ ଚତୁର୍ଦ୍ଦିଗରେ ଝଲସି ଉଠିଲା।

Gade chapit la Kopi

ପବିତ୍ର ବାଇବଲ

3 ସେ ଦମ୍ମେସକ ନିକଟକୁ ଆସିଲେ। ହଠାତ୍ ସ୍ୱର୍ଗରୁ ଗୋଟିଏ ଆଲୋକ ତାହାଙ୍କ ଗ୍ଭରିପଟେ ଉ‌ଦ୍‌ଭାସିତ ହୋଇଗଲା।

Gade chapit la Kopi




ପ୍ରେରିତ 9:3
10 Referans Kwoze  

ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ।


କିନ୍ତୁ ମୁଁ ଯାଉ ଯାଉ ଦମ୍ମେଶକ ସହରର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍‍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକି ଉଠିଲା।


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍।


ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।


ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍‍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।


ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।


କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେଶକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ, ଏହିସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।


ମୁଁ କଅଣ ସ୍ୱାଧୀନ ନୁହେଁ? ମୁଁ କଅଣ ଜଣେ ପ୍ରେରିତ ନୁହେଁ? ମୁଁ କଅଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କଅଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ?


Swiv nou:

Piblisite


Piblisite