Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପିତର ତାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ତତ୍କ୍ଷଣାତ୍ ଉଠିଲେ।

Gade chapit la Kopi

ଓଡିଆ ବାଇବେଲ

34 ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼ । ସେଥିରେ ସେ ସେହିକ୍ଷଣି ଉଠିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ପିତର ତାଙ୍କୁ କହିଲେ, “ଏନିୟ, ଯୀଶୁଖ୍ରୀଷ୍ଟ ତୁମକୁ ସୁସ୍ଥ କରିଛନ୍ତି। ଉଠ, ତୁମର ବିଛଣା ସଜାଡ଼।”

Gade chapit la Kopi

ପବିତ୍ର ବାଇବଲ

34 ପିତର ତାହାକୁ କହିଲେ, “ଏନିୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଛନ୍ତି, ଉଠ ଓ ତୁମ୍ଭ ବିଛଣା ନିଜେ ସଜାଡ଼। ଏହା କହିବା ମାତ୍ରେ ସେ ଉଠିଗଲା।”

Gade chapit la Kopi




ପ୍ରେରିତ 9:34
11 Referans Kwoze  

ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?


କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।


କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।”


ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା।


ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।


ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।


ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।


ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ।


ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା।


ଆଉ, ଲୂଦ ଓ ଶାରୋଣନିବାସୀ ସମସ୍ତେ ତାହାଙ୍କୁ ଦେଖି ପ୍ରଭୁଙ୍କ ପ୍ରତି ଫେରିଲେ।


Swiv nou:

Piblisite


Piblisite