Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଯାଫୋ ସହରରେ ଟାବୀଥା ନାମକ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନ-କ୍ରିୟାରେ ପୂର୍ଣ୍ଣ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନ କ୍ରିୟାରେ ପୂର୍ଣ୍ଣ ଥିଲେ।

Gade chapit la Kopi

ଓଡିଆ ବାଇବେଲ

36 ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା । ସେ ନାନା ସତ୍‌କର୍ମ ଓ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ଯୋପ୍ପାରେ ଟାବିଥା ନାମ୍ନୀ ଜଣେ ବିଶ୍ୱାସିନୀ ମହିଳା ବାସ କରୁଥିଲେ। (ତାଙ୍କର ଗ୍ରୀକ୍ ନାମ ଦର୍କାସ୍ ଅର୍ଥାତ୍ “ହରିଣୀ” ଥିଲା।) ସେ ତାଙ୍କର ସମସ୍ତ ସମୟ ସତ୍ କାର୍ଯ୍ୟରେ ଏବଂ ଦରିଦ୍ର ସେବାରେ ଅତିବାହିତ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

36 ଟାବୀଥା ନାମକ ଜଣେ ଶିଷ୍ୟା ଯାଫୋ ନଗରରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ।

Gade chapit la Kopi




ପ୍ରେରିତ 9:36
30 Referans Kwoze  

ଏହି କଥା ବିଶ୍ୱାସ୍ୟ, ଆଉ ଯେପରି ଈଶ୍ବରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।


ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,


ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇଯିବେ।”


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।


ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।


ପୁଣି, ତୁମ୍ଭର ଦାନସବୁ ଈଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।


ଆଉ, ସେମାନେ ପାରସ୍ୟର ରାଜା କୋରସ୍‍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟଦ୍ରବ୍ୟ ଓ ତୈଳ ଦେଲେ।


ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍‍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।


ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ। ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କର,


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।


ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।


ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।


ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।


ଓ ମେୟକୋନ୍‍ ଓ ରକ୍କୋନ ଓ ଯାଫୋର ସମ୍ମୁଖସ୍ଥ ଅଞ୍ଚଳ।


ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ


ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ।


ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।


ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।


ପୁଣି, ଲୂଦ ଯାଫୋ ସହରର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ।


ଏହି କଥା ଯାଫୋ ସହରର ସବୁଆଡ଼େ ଜଣାପଡ଼ିଲା ଓ ଅନେକେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ।


ଆଉ ସେମାନଙ୍କୁ ସମସ୍ତ କଥା ବୁଝାଇ ଯାଫୋ ସହରକୁ ପଠାଇଲେ।


ସେଥିରେ ସେ ସେମାନଙ୍କୁ ଭିତରକୁ ଡାକି ନେଇ ସେମାନଙ୍କର ଆତିଥ୍ୟ କଲେ। ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି, ଯାଫୋ ସହରନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କ ସାଙ୍ଗରେ ଗଲେ।


ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,


ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;


ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା।


Swiv nou:

Piblisite


Piblisite