Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେଥିରେ ସେ ଭୂମିରେ ପଡ଼ିଯାଇ ତାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ?

Gade chapit la Kopi

ଓଡିଆ ବାଇବେଲ

4 ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେ ତଳେ ପଡ଼ିଗଲେ ଏବଂ ବାଣୀ ଶୁଣିଲେ, “ଶାଉଲ! ଶାଉଲ! ତୁମେ କାହିଁକି ମୋତେ ନିର୍ଯ୍ୟାତନା କରୁଛ?”

Gade chapit la Kopi

ପବିତ୍ର ବାଇବଲ

4 ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ୱର ଶୁଣିବାକୁ ପାଇଲେ, “ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ?”

Gade chapit la Kopi




ପ୍ରେରିତ 9:4
22 Referans Kwoze  

କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋʼ ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।


କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।


ଅତଏବ, ଈଶ୍ବରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ବରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ।


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”


“ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”


ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।


କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ?


ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।”


ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।


ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”


ଯୀଶୁ ତାହାଙ୍କୁ କହିଲେ, “ମରୀୟମ।” ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ।


ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ।


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,


“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁ ମାଡ଼ି ପଡ଼ିଲେ।”


ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”


ସେହିକ୍ଷଣି ସେ ତାହାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ୱାମୀ ପାଖରେ ତାହାକୁ ସମାଧି ଦେଲେ।


ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”


ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।”


Swiv nou:

Piblisite


Piblisite