Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରଙ୍କୁ ଦେଖି ଉଠି ବସିଲେ।

Gade chapit la Kopi

ଓଡିଆ ବାଇବେଲ

40 କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ । ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ପିତର ସମସ୍ତଙ୍କୁ କୋଠରୀରୁ ବାହାର କରିଦେଲେ ଓ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ। ତା’ପରେ ସେ ଦର୍କାସର ମୃତ ଶରୀର ଆଡ଼କୁ ଚାହିଁ କହିଲେ, “ଟବିଥା, ଉଠ!” ଦର୍କାସ ଆଖି ଖୋଲିଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।

Gade chapit la Kopi

ପବିତ୍ର ବାଇବଲ

40 ପିତର କୋଠରି ଭିତରୁ ସମସ୍ତଙ୍କୁ ବାହାର କରି ଆଣ୍ଠୁମାଡ଼ି ପ୍ରାର୍ଥନା କଲେ। ତା'ପରେ ସେ ଟାବୀଥାଙ୍କ ଶରୀର ପାଖକୁ ଯାଇ କହିଲେ, “ଟାବୀଥା, ଉଠ।” ସେ ଆଖି ଖୋଲିଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।

Gade chapit la Kopi




ପ୍ରେରିତ 9:40
14 Referans Kwoze  

କିନ୍ତୁ ଲୋକସମୂହ ବାହାର କରାଯାଆନ୍ତେ, ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା।


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।


ମାତ୍ର ସେ ତାହାର ହାତ ଧରି ଡାକି କହିଲେ, “ଆଗୋ ବାଳିକା, ଉଠ।”


ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।


ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,


ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଥିବା ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ।


ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,


କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।


ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଆମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।


ତହୁଁ ଯିଶାଇୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍‌ଙ୍କର ସୂର୍ଯ୍ୟ ଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।


Swiv nou:

Piblisite


Piblisite