Biblia Todo Logo
Bib sou entènèt

- Piblisite -




ଆମୋଷ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେ ଖଡ଼୍‍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।

Gade chapit la Kopi

ଓଡିଆ ବାଇବେଲ

11 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।

Gade chapit la Kopi

ପବିତ୍ର ବାଇବଲ

11 ସଦାପ୍ରଭୁ ଏହିକଥା କୁହନ୍ତି: “ଆମ୍ଭେ ଇଦୋମର ଲୋକମାନଙ୍କୁ ନିଶ୍ଚିତ ଦଣ୍ତ ଦେବା କାରଣ ସେମାନେ ବହୁ ଅପରାଧରେ ଲିପ୍ତ ଥିଲେ। ସେମାନେ ମଧ୍ୟ ସେମାନଙ୍କର ଭାଇମାନଙ୍କୁ ‌‌ଖ‌ଡ଼୍‌ଗଧରି ଗୋଡ଼ାଇଲେ। ଏବଂ ଟିକିଏ ହେଲେ ଦୟା ଦେଖାଇ ନ ଥିଲେ। ଇଦୋମ ନିଜର କ୍ରୋଧ ଚିରଦିନ ପାଇଁ ରଖିଲେ ଏବଂ ନିଜର କ୍ରୋଧ ବନ୍ଦ କଲେ ନାହିଁ। ଇସ୍ରାଏଲୀୟମାନଙ୍କୁ ସେମାନେ ବନ୍ୟପ୍ରାଣୀ ସଦୃଶ ବିଦୀର୍ଣ୍ଣ କଲେ।

Gade chapit la Kopi




ଆମୋଷ 1:11
28 Referans Kwoze  

କାରଣ ଇଦୋମୀୟ ଲୋକମାନେ ପୁନର୍ବାର ଯିହୁଦା ଦେଶକୁ ଆସି ପରାସ୍ତ କରି ଅନେକଙ୍କୁ ବନ୍ଦୀ କରି ନେଇ ଯାଇଥିଲେ।


ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।”


ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।


ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”


ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।


କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।


ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ।


ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ;


ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ‘ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ?’” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।


କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।


ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?


ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।


ଏବେ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣକୁ ଦେଖ, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଏହି ଲୋକମାନଙ୍କୁ ଆକ୍ରମଣ କରିବା ପାଇଁ ତୁମ୍ଭେ ସେମାନଙ୍କୁ ଦେଲ ନାହିଁ, ମାତ୍ର ସେମାନେ ଏହି ଲୋକମାନଙ୍କ ନିକଟରୁ ଅନ୍ୟ ପଥରେ ଯାଇ ଏମାନଙ୍କୁ ବିନାଶ କଲେ ନାହିଁ।


ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି।


ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ।


Swiv nou:

Piblisite


Piblisite