Biblia Todo Logo
Bib sou entènèt

- Piblisite -




ଆମୋଷ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ।

Gade chapit la Kopi

ଓଡିଆ ବାଇବେଲ

6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ।

Gade chapit la Kopi

ପବିତ୍ର ବାଇବଲ

6 ସଦାପ୍ରଭୁ ଏହା ହିଁ କହନ୍ତି: “ଘସାର ଲୋକମାନଙ୍କୁ ଆମ୍ଭେ ସେମାନଙ୍କର ବହୁ ଅପରାଧ ପାଇଁ ନିଶ୍ଚୟ ଦଣ୍ତ ଦେବା, କାରଣ ସେମାନେ ସମଗ୍ର ଜାତିମାନଙ୍କୁ ନେଇଯାଇ ଇଦୋମକୁ କ୍ରୀତଦାସରୂପେ ଦେଇଥିଲେ।

Gade chapit la Kopi




ଆମୋଷ 1:6
18 Referans Kwoze  

ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।


ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍‍ ଓ ଗଦେରୋତ୍‍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍‍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।


ଯେଉଁ ଦିନ ତୁମ୍ଭେ ଅନ୍ୟ ପାଖରେ ଠିଆ ହେଲ, ଯେଉଁ ଦିନ ଅପରିଚିତ ଲୋକମାନେ ତାହାର ସମ୍ପତ୍ତି ବୋହି ନେଇଗଲେ ଓ ବିଦେଶୀୟମାନେ ତାହାର ସକଳ ନଗର-ଦ୍ୱାରରେ ପ୍ରବେଶ କଲେ ଓ ଯିରୂଶାଲମ ଉପରେ ଗୁଲିବାଣ୍ଟ କଲେ, ସେଦିନ ତୁମ୍ଭେ ତ ସେମାନଙ୍କ ମଧ୍ୟରେ ଥିବା ଏକ ଜଣ ପରି ହୋଇଥିଲ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;


ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍‍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;


ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।


ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍‍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ୍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;


ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;


ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।


ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମ ସହରରୁ ଗଜ୍ଜା ସହର ଆଡ଼କୁ ଯାଇଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।


ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।


ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।


Swiv nou:

Piblisite


Piblisite