Biblia Todo Logo
Bib sou entènèt

- Piblisite -




ଆମୋଷ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁ ଏହି କଥା କହନ୍ତି, ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତଣ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ଏହା ହିଁ କହନ୍ତି: “ବହୁ ଅପରାଧ କରିଥିବା ମୋୟାବର ଲୋକମାନଙ୍କୁ ଆମ୍ଭେ ନିଶ୍ଚୟ ଦଣ୍ତ ଦେବା। କାରଣ ମୋୟାବ ଇଦୋମର ରାଜାଙ୍କର ଅସ୍ଥିକୁ ପୋଡ଼ି ଚୂର୍ଣ୍ଣରେ ପରିଣତ କରିଥିଲେ।

Gade chapit la Kopi




ଆମୋଷ 2:1
22 Referans Kwoze  

ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;


କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱ ସ୍ଥାନରେ ଦଳିତ ହେବ।


ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;


ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।


ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।


ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।


ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍‍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।


ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ।


ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ;


Swiv nou:

Piblisite


Piblisite