ଆମୋଷ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)4 ସଦାପ୍ରଭୁ ଏହି କଥା କହନ୍ତି; ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ,, ତଦ୍ଦ୍ଵାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି; Gade chapit laଓଡିଆ ବାଇବେଲ4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି; Gade chapit laପବିତ୍ର ବାଇବଲ4 ସଦାପ୍ରଭୁ ଏହା କହନ୍ତି: “ଆମ୍ଭେ ବହୁ ଅପରାଧ କରିଥିବା ଯିହୁଦା ନିବାସୀମାନଙ୍କୁ ଦଣ୍ତ ଦେବା। କାରଣ ସେମାନେ ସଦାପ୍ରଭୁଙ୍କର ଆଦେଶକୁ ମାନିବାକୁ ମନା କଲେ। ସେମାନେ ତାଙ୍କର ଆଦେଶ ରଖିଲେ ନାହିଁ। ସେମାନଙ୍କର ପୂର୍ବପୁରୁଷଗଣ ଯେଉଁ ମିଥ୍ୟାକୁ ବିଶ୍ୱାସ କରୁଥିଲେ, ସେମାନେ ମଧ୍ୟ ତାହା ବିଶ୍ୱାସ କଲେ। Gade chapit la |
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।