Biblia Todo Logo
Bib sou entènèt

- Piblisite -




ଆମୋଷ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ

6 ସଦାପ୍ରଭୁ ଏହା କହନ୍ତି: “ଆମ୍ଭେ ବହୁ ଅପରାଧ କରିଥିବା ଇସ୍ରାଏଲ ଲୋକଙ୍କୁ ଦଣ୍ତ ଦେବା। କାରଣ ସେମାନେ ରୌପ୍ୟ ବଦଳରେ ଉତ୍ତମ ଓ ନିରୀହ ଲୋକଙ୍କୁ ବୀକ୍ରି କରିଥିଲେ। ସେମାନେ ଏକହଳ ଜୋତା ପାଇଁ ଦରିଦ୍ର ଲୋକଙ୍କୁ ବୀକ୍ରି କରିଥିଲେ।

Gade chapit la Kopi




ଆମୋଷ 2:6
21 Referans Kwoze  

ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।


ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।


ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର-ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।


କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞାଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।


ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।


ଏଥିପାଇଁ ଦେଖ, ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହୋଇଅଛି, ତହିଁ ନିମନ୍ତେ ଆମ୍ଭେ ଆପଣା ହସ୍ତ ଦେଇଅଛୁ।


ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି।


ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନାହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।


Swiv nou:

Piblisite


Piblisite