Biblia Todo Logo
Bib sou entènèt

- Piblisite -




ଆମୋଷ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍‍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍, ଯେଉଁ ସମୁଦାୟ ଗୋଷ୍ଠୀକି ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

1 ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍‍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ

1 ହେ ଇସ୍ରାଏଲର ଲୋକମାନେ, ଏହି ବାର୍ତ୍ତା ଶୁଣ। ଇସ୍ରାଏଲ ବିଷୟରେ ସଦାପ୍ରଭୁ ଏହି କଥା କହିଲେ। ମିଶରରୁ ଅଣାଇଥିବା ସମସ୍ତ ଇସ୍ରାଏଲୀୟ ପରିବାର ବିଷୟରେ ଏହା ବାର୍ତ୍ତା ଥିଲା।

Gade chapit la Kopi




ଆମୋଷ 3:1
18 Referans Kwoze  

ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।


ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ।


ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।


“ସଦାପ୍ରଭୁ କହନ୍ତି, ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”


ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।


ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍‍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ‘ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”


ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।


“ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;


କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ।


ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ।


ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।


“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’


ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ।


Swiv nou:

Piblisite


Piblisite