Biblia Todo Logo
Bib sou entènèt

- Piblisite -




ଆମୋଷ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ସଦାପ୍ରଭୁ କହନ୍ତି, “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ସଦାପ୍ରଭୁ କହନ୍ତି, ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 କାରଣ ସଦାପ୍ରଭୁ କହନ୍ତି , “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

10 ଲୋକମାନେ ସେଠାରେ କିପରି ସାଧୁତ୍ୱଭାବରେ ଜୀବନଧାରଣ କରିବାକୁ ହୁଏ, ଜାଣନ୍ତି ନାହିଁ। କାରଣ ସେମାନଙ୍କର ଗୋଦାମ ଘର ଯୁଦ୍ଧରୁ ଲୁଟିଥିବା ସମ୍ପତ୍ତିରେ ପୁରିଯାଇଛି।”

Gade chapit la Kopi




ଆମୋଷ 3:10
23 Referans Kwoze  

ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”


“କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”


ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।


ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା,


ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ତିକ୍ତ ଫଳରେ ପରିଣତ କରିଅଛ;


ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍‍କାରୀମାନେ;


ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;


ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।


ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;


ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି।


ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;


ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା।”


ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?


ଯାହା ସେ ଗ୍ରାସ କଲା ନାହିଁ, ଏପରି କିଛି ନ ଥିଲା; ଏହେତୁ ତାହାର ସୁଦଶା ସ୍ଥାୟୀ ରହିବ ନାହିଁ।


ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା,


ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।


ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।


ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।


ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।


“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’


Swiv nou:

Piblisite


Piblisite