Biblia Todo Logo
Bib sou entènèt

- Piblisite -




ଆମୋଷ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍ବାକ୍ୟ ପ୍ରଚାର ନ କରିବ?

Gade chapit la Kopi

ଓଡିଆ ବାଇବେଲ

8 ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ ?

Gade chapit la Kopi

ପବିତ୍ର ବାଇବଲ

8 ଯଦି ସିଂହ ଗର୍ଜନ କରେ, ତେବେ ଲୋକମାନେ ଭୟଭୀତ ହେବେ। ଯଦି ସଦାପ୍ରଭୁ କହନ୍ତି, ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରିବାକୁ, କିଏ ସେହି ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର ନ କରିବ।

Gade chapit la Kopi




ଆମୋଷ 3:8
17 Referans Kwoze  

କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।


ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ? କୌଣସି ପଶୁ ନ ଧରିଲେ କି ଯୁବା ସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ?


ଯଦି ପୁଣି, “ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ,” ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋʼ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।


ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”


ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।


କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର।


ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।


କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।


ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ।


କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।


ସେହି ଦିନ ଆମ୍ଭେ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବା, ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବା: ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।


ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍‍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।


Swiv nou:

Piblisite


Piblisite