Biblia Todo Logo
Bib sou entènèt

- Piblisite -




ଆମୋଷ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେମାନେ ଅସ୍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, “ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେମାନେ ଅସ୍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେମାନେ ଅସ୍‍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, “ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ।”

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭେ ଅ‌‌ସ୍‌‌ଦୋଦର ଓ ମିଶର ରାଜପ୍ରାସାଦରେ ଏହି ବାର୍ତ୍ତା ଘୋଷଣା କର, “ଶମରିୟାର ପର୍ବତମାଳା ଶିଖରକୁ ଆସ ଏବଂ ସେଠାକାର କୋଳାହଳ ଓ ଦଙ୍ଗାକୁ ଦେଖ। ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ବହୁତ ନିଷ୍ଠୁର ଅଟନ୍ତି।

Gade chapit la Kopi




ଆମୋଷ 3:9
22 Referans Kwoze  

“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’


ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର!


ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”


“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।


ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ।


ଏଥିମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍ଦୋଦକୁ ଯାଇଥିଲେ।


ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଓ ଏକ ରାଜା ଯେ ସମସ୍ତଙ୍କର ରାଜା ହେବେ, ପୁଣି, ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ।


ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ।


“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍‍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।


ଗାଥ୍‍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।


ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;


ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା,


ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।


ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।


ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।


ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;


ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?


Swiv nou:

Piblisite


Piblisite