Biblia Todo Logo
Bib sou entènèt

- Piblisite -




ଆମୋଷ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏହିହେତୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ଵରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।

Gade chapit la Kopi

ଓଡିଆ ବାଇବେଲ

12 “ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।

Gade chapit la Kopi

ପବିତ୍ର ବାଇବଲ

12 “ତେଣୁ ହେ ଇସ୍ରାଏଲୀୟ, ଆମ୍ଭେ ତୁମ୍ଭକୁ ଏହି ଜିନିଷଗୁଡ଼ିକ କହିବା। ହେ ଇସ୍ରାଏଲୀୟ! ତୁମ୍ଭେ ପରମେଶ୍ୱରଙ୍କ ସମ୍ମୁଖୀନ ହେବା ପାଇଁ ପ୍ରସ୍ତୁତ ହୁଅ।”

Gade chapit la Kopi




ଆମୋଷ 4:12
20 Referans Kwoze  

ତୁମ୍ଭେମାନେ ପ୍ରାଚୀରର ଭଗ୍ନସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ।


ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।


ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।”


ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ।


ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।


ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।


ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ-ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;


ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;


ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍‍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।


ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ!


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।


Swiv nou:

Piblisite


Piblisite