Biblia Todo Logo
Bib sou entènèt

- Piblisite -




ଆମୋଷ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ିମିଶ୍ରତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ଆଉ ମଧ୍ୟ ଦ୍ରାକ୍ଷାରସର ଫେଣର ନୈବେଦ୍ୟ ପାଇଁ ଧନ୍ୟବାଦ ଦିଅ। ଏହି ସ୍ୱେଚ୍ଛାଦତ୍ତ ନୈବେଦ୍ୟ ବିଷୟରେ ପ୍ରତ୍ୟେକଙ୍କୁ ଜଣାଅ। ହେ ଇସ୍ରାଏଲୀୟ, ତୁମ୍ଭେ ଏହିସବୁ କାର୍ଯ୍ୟ କରିବାକୁ ଭଲ ପାଉଛ।” ସଦାପ୍ରଭୁ ଏହା ହିଁ କହିଲେ।

Gade chapit la Kopi




ଆମୋଷ 4:5
19 Referans Kwoze  

ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।


ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।


ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।


ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।


ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ।


ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’”


ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।


ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,


ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ;’ ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରି ପାରୁ?


“ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛଜ୍ଞାନ କରୁ, ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ହେବା ନାହିଁ।


ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।


ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା-ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।


ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।


Swiv nou:

Piblisite


Piblisite