Biblia Todo Logo
Bib sou entènèt

- Piblisite -




ଆମୋଷ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 “ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରିବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ଵାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୁକକୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର ଓ ଡିମିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

9 “ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

9 “ଉତ୍ତାପ ଓ ରୋଗଦ୍ୱାରା ତୁମ୍ଭର ଶସ୍ୟସବୁ ନଷ୍ଟ କଲୁ। ଆମ୍ଭେ ତୁମ୍ଭର ବଗିଗ୍ଭ ଓ ଦ୍ରାକ୍ଷାକ୍ଷେତ୍ର‌କୁ ଧ୍ୱଂସ କଲୁ। ପଙ୍ଗପାଳ ତୁମ୍ଭର ଡିମ୍ବିରି ଓ ଅଲିଭ ବୃକ୍ଷକୁ ଖାଇ ଧ୍ୱଂସ କଲେ। ତଥାପି ତୁମ୍ଭେମାନେ ଆମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସିଲ ନାହିଁ।” ସଦାପ୍ରଭୁ ଏହିସବୁ କହିଥିଲେ।

Gade chapit la Kopi




ଆମୋଷ 4:9
21 Referans Kwoze  

ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି।


ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଖଡ୍ଗ ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍‍ଗାମୀ ହେବେ।


ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।


“ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସ ସ୍ଥାନରେ ଅନ୍ନ-ଅଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।


ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମ୍ବିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି।


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି।”


ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।


ଯଦି ଦେଶରେ ଦୁର୍ଭିକ୍ଷ ହୁଏ, କିମ୍ବା ମହାମାରୀ ହୁଏ, ଶସ୍ୟର ଶୋଷ କି ମ୍ଳାନି, କିଅବା ପଙ୍ଗପାଳ ବା କୀଟ ହୁଏ; କିମ୍ବା ଯଦି ସେମାନଙ୍କ ଶତ୍ରୁଗଣ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରନ୍ତି; କୌଣସି ମାରୀ କି କୌଣସି ରୋଗ ଘଟେ;


ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;


ତୁମ୍ଭର ସମୁଦାୟ ବୃକ୍ଷ ଓ ଭୂମିର ଫଳ ପଙ୍ଗପାଳ ନଷ୍ଟ କରିବ।


ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ: ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋʼ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।


କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;


ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ସେ ମିସର ଦେଶକୁ ଫେରିଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକୁ ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite