Biblia Todo Logo
Bib sou entènèt

- Piblisite -




ଆମୋଷ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ନଗରରୁ ସହସ୍ର ହୋଇ ବାହାରିଲେ, ତହିଁରେ ଇସ୍ରାଏଲ ବଂଶର ଏକ ଶହ ଅବଶିଷ୍ଟ ରହିବେ, ଆଉ ଯେଉଁ ସ୍ଥାନରୁ ଏକ ଶହ ବାହାରିଲେ, ତହିଁରେ ଦଶ ଅବଶିଷ୍ଟ ରହିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ନଗରରୁ ସହସ୍ର ହୋଇ ବାହାରିଲେ,ତହିଁରେ ଇସ୍ରାଏଲ ବଂଶର ଏକଶହ ଅବଶିଷ୍ଟ ରହିବେ, ଆଉ ଯେଉଁ ସ୍ଥାନରୁ ଏକଶହ ବାହାରିଲେ, ତହିଁରେ ଦଶ ଅବଶିଷ୍ଟ ରହବେ।

Gade chapit la Kopi

ଓଡିଆ ବାଇବେଲ

3 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ନଗରରୁ ସହସ୍ର ହୋଇ ବାହାରିଲେ, ତହିଁରେ ଇସ୍ରାଏଲ ବଂଶର ଏକ ଶହ ଅବଶିଷ୍ଟ ରହିବେ, ଆଉ ଯେଉଁ ସ୍ଥାନରୁ ଏକ ଶହ ବାହାରିଲେ, ତହିଁରେ ଦଶ ଅବଶିଷ୍ଟ ରହିବେ।”

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁ ମୋର ପ୍ରଭୁ ଏହି ବାକ୍ୟ କୁହନ୍ତି: “ସହରରୁ ବାହାରକୁ ଯାଇଥିବା ଏକ ହଜାର ମଧ୍ୟରୁ ଏକଶହ ଅବଶିଷ୍ଟ ରହିବେ, ଏବଂ ଏକଶହ ବାହାରିଥିବା ମଧ୍ୟରୁ ମାତ୍ର ଦଶ ଜଣ ପ୍ରତ୍ୟାବର୍ତ୍ତନ କରିବେ।”

Gade chapit la Kopi




ଆମୋଷ 5:3
10 Referans Kwoze  

ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;


ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।


ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।


ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।


ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।


ତହିଁରେ ଏକ ଗୃହରେ ଯଦି ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ।


ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ହେବ ନାହିଁ;


ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।


Swiv nou:

Piblisite


Piblisite