Biblia Todo Logo
Bib sou entènèt

- Piblisite -




ଆମୋଷ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ବିଳମ୍ବରେ ଉତ୍ପନ୍ନ ତୃଣ ଅଙ୍କୁରିବା ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ବିଳମ୍ବରେ ଉତ୍ପନ୍ନ ତୃଣ ବଢ଼ୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପଶ୍ଚାତ୍ ଉତ୍ପନ୍ନ ତୃଣ ଅଙ୍କୁରିବାର ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ପଶ୍ଚାତର ତୃଣ ବଢ଼ୁଥିଲା।

Gade chapit la Kopi

ଓଡିଆ ବାଇବେଲ

1 ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ବିଳମ୍ବରେ ଉତ୍ପନ୍ନ ତୃଣ ଅଙ୍କୁରିବା ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ବିଳମ୍ବରେ ଉତ୍ପନ୍ନ ତୃଣ ବଢ଼ୁଥିଲା।

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ମୋତେ ଏହା ଦେଖାଇଲେ। ଦ୍ୱିତୀୟବାର ଶସ୍ୟ ଉତ୍ପାଦନ ଆରମ୍ଭ ହେବା ସମୟରେ ସେ ପଙ୍ଗପାଳ ସୃଷ୍ଟି କଲେ। ରାଜା ପ୍ରଥମବାର ଶସ୍ୟଅମଳ କଲାପରେ ଏହା ଦ୍ୱିତୀୟବାର ଶସ୍ୟ ଥିଲା।

Gade chapit la Kopi




ଆମୋଷ 7:1
14 Referans Kwoze  

ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।


ପ୍ରଭୁ ସଦାପ୍ରଭୁ ମୋତେ ଏହିପରି ଦେଖାଇଲେ; ଦେଖ, ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।


“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରିବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।


ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ।


ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ୱାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ।


ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା।


ଏଥିରେ ସଦାପ୍ରଭୁ ମୋତେ ଯେଉଁ ଯେଉଁ ବିଷୟ ଦେଖାଇଥିଲେ, ସେହି ସକଳ ବିଷୟ ମୁଁ ନିର୍ବାସିତ ଲୋକମାନଙ୍କୁ ଜଣାଇଲି।


ବାବିଲର ରାଜା ନବୂଖଦ୍‍ନିତ୍ସର, ଯିହୋୟାକୀମ୍‍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍‍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।


ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକୁ ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite