Biblia Todo Logo
Bib sou entènèt

- Piblisite -




ଆମୋଷ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ।” ତେବେ ପ୍ରଭୁ କହିଲେ, “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ସଦାପ୍ରଭୁ ମୋତେ ପଚାରିଲେ, ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଗୋଟିଏ ଓଳମ। ତେବେ ପ୍ରଭୁ କହିଲେ, ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲର ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ।” ତେବେ ପ୍ରଭୁ କହିଲେ, “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;

Gade chapit la Kopi

ପବିତ୍ର ବାଇବଲ

8 ସଦାପ୍ରଭୁ ମୋତେ କହିଲେ, “ହେ ଆମୋଷ କ’ଣ ଦେଖୁଛ?” ମୁଁ ଉତ୍ତରରେ କହିଲି, “ତାହା ଏକ ଓଳମ।” ତା'ପରେ ମୋର ପ୍ରଭୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲର ଆପଣା ଲୋକମାନଙ୍କ ମଧ୍ୟରେ ଏକ ଓଳମ ରଖିବା। ଆମ୍ଭେ ସେମାନଙ୍କର ‘କୁକର୍ମ ସବୁକୁ’ ହେୟଜ୍ଞାନ କରିବା ନାହିଁ।

Gade chapit la Kopi




ଆମୋଷ 7:8
15 Referans Kwoze  

ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମକାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।”


ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକ ସମୟରେ ନିସ୍ତେଜ ହୋଇଅଛନ୍ତି।


ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ।


ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।


ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।”


ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।


ପୁଣି, ଦୂତ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ ଉତ୍ତର କଲି, “ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି ତହିଁର ଲମ୍ବା କୋଡ଼ିଏ ହାତ ଓ ଓସାର ଦଶ ହାତ।”


ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।


ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ୱାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ।


କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”


ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।


ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି।


Swiv nou:

Piblisite


Piblisite