Biblia Todo Logo
Bib sou entènèt

- Piblisite -




ଆମୋଷ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ଇସ୍‌ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ; ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ଇସ୍‍ହାକର ଉଚ୍ଚସ୍ଥଳୀସକଳ ଧ୍ଵଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ଉତ୍ସନ୍ନ ହେବ; ଆଉ ଆମ୍ଭେ ଖଡ଼୍‍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ଇସ୍‍ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ; ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”

Gade chapit la Kopi

ପବିତ୍ର ବାଇବଲ

9 ଇ‌‌ସ୍‌‌ହାକର ଉଚ୍ଚସ୍ଥାନ ଧ୍ୱଂସ ହେବ। ଇସ୍ରାଏଲର ପବିତ୍ର ସ୍ଥାନଗୁଡ଼ିକ ପଥରରେ ପରିଣତ ହେବ। ଆମ୍ଭେ ‌‌ଖ‌ଡ଼୍‌ଗ ଦ୍ୱାରା ଯାରବିୟାମର ପରିବାରକୁ ଆକ୍ରମଣ କରିବା ଏବଂ ସେମାନଙ୍କୁ ହତ୍ୟା କରିବା।”

Gade chapit la Kopi




ଆମୋଷ 7:9
16 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍‍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍‌ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।


ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ‘ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ’ ଓ ବେର୍‍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”


ମାତ୍ର ବେଥେଲ୍‍ର ଅନ୍ଵେଷଣ କର ନାହିଁ, କିଅବା ଗିଲ୍‍ଗଲ୍‍ରେ ପ୍ରବେଶ କର ନାହିଁ ଓ ବେର୍‍ଶେବାକୁ ଯାଅ ନାହିଁ; କାରଣ ଗିଲ୍‍ଗଲ୍‍ ନିଶ୍ଚୟ ନିର୍ବାସିତ ହେବ ଓ ବେଥେଲ୍‍ ବିନଷ୍ଟ ହେବ।


କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବେଥେଲ୍‍ସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଶୃଙ୍ଗସକଳ କଟାଯାଇ ଭୂମିରେ ପଡ଼ିବ।


ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।


ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି।


‘ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।’


କାରଣ ଆମୋଷ ଏରୂପ କହୁଅଛନ୍ତି, ‘ଯାରବୀୟାମ ଖଡ୍ଗରେ ହତ ହେବ ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ।’”


ମାତ୍ର ବେଥେଲ୍‍ରେ ପୁନର୍ବାର ଆଉ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”


କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହି ସବୁ କି ଯିରୂଶାଲମ ନୁହେଁ?


ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।


ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।


ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।


Swiv nou:

Piblisite


Piblisite