Biblia Todo Logo
Bib sou entènèt

- Piblisite -




ଆମୋଷ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ଵ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ଼୍‍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।”

Gade chapit la Kopi

ପବିତ୍ର ବାଇବଲ

4 ଯଦି ସେମାନେ ଧରା ହୋଇ ଶତ୍ରୁମାନଙ୍କ ଦ୍ୱାରା ବନ୍ଦୀ ହେବେ ତଥାପି ‌‌ଖ‌ଡ଼୍‌ଗକୁ ଆଦେଶ ଦେବା, ସେ ସେମାନଙ୍କୁ ହତ୍ୟା କରିବ। ଆମ୍ଭେ ସେମାନଙ୍କ ଉପରେ ଦୃଷ୍ଟି ରଖିବା କିନ୍ତୁ ଆମ୍ଭେ ସେମାନଙ୍କୁ ଦୁଃଖ ଦେବା ପାଇଁ ଲକ୍ଷ୍ୟ ରଖିବା। ସେମାନଙ୍କୁ ଉତ୍ତମ ଜିନିଷ ଦେବା ପାଇଁ ଲକ୍ଷ୍ୟ ରଖିବା ନାହିଁ।”

Gade chapit la Kopi




ଆମୋଷ 9:4
20 Referans Kwoze  

ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍‍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା।


କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।


ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା।


ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;


ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ୍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ୍ଗ ନିଷ୍କୋଷ କରିବା।


“ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।


କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।


କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”


ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।


ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ,” ଏହା ସଦାପ୍ରଭୁ କହନ୍ତି।


କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ।


ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ‘ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।’


ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।


ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।


“ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।”


Swiv nou:

Piblisite


Piblisite