Biblia Todo Logo
Bib sou entènèt

- Piblisite -




କଲସୀୟ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା

Gade chapit la Kopi

ଓଡିଆ ବାଇବେଲ

1 ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଈଶ୍ୱରଙ୍କ ଅଭିମତ ଅନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ ଶିଷ୍ୟ ପାଉଲ ଓ ଭ୍ରାତା ତୀମଥି

Gade chapit la Kopi

ପବିତ୍ର ବାଇବଲ

1 ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ ମୁଁ ପାଉଲ ଓ ଆମ୍ଭ ଭାଇ ତୀମଥିଙ୍କଠାରୁ

Gade chapit la Kopi




କଲସୀୟ 1:1
11 Referans Kwoze  

ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର;


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବନ୍ଦୀ, ଏବଂ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନଙ୍କୁ,


ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା,


ପାଉଲ, ସିଲ୍ୱାନ ଓ ତୀମଥି, ପିତା ଈଶ୍ବର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରରେ ଥିବା ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ପତ୍ର;


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ବର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ବରଙ୍କ ସହକର୍ମୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,


ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରର ମଣ୍ଡଳୀ ନିକଟକୁ ପତ୍ର;


ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି।


ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୁଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍‍ ଲୋକ।


ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି।


Swiv nou:

Piblisite


Piblisite