Biblia Todo Logo
Bib sou entènèt

- Piblisite -




କଲସୀୟ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେ ଅଦୃଶ୍ୟ ଈଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେ ଅଦୃଶ୍ୟ ଈଶ୍ଵରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,

Gade chapit la Kopi

ଓଡିଆ ବାଇବେଲ

15 ସେ ଅଦୃଶ୍ୟ ଈଶ୍ୱରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଖ୍ରୀଷ୍ଟ, ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟମାନ ପ୍ରତିରୂପ। ସେ ପ୍ରଥମ ଜାତ ପୁତ୍ର ଓ ସମସ୍ତ ସୃଷ୍ଟି ଅପେକ୍ଷା ଶ୍ରେଷ୍ଠ।

Gade chapit la Kopi

ପବିତ୍ର ବାଇବଲ

15 କୌଣସି ଲୋକ ପରମେଶ୍ୱରଙ୍କୁ ଦେଖି ପାରେ ନାହିଁ। କିନ୍ତୁ ଖ୍ରୀଷ୍ଟ ଠିକ୍ ପରମେଶ୍ୱରଙ୍କ ଭଳି। ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟ ଗୁଡ଼ିକର ଶାସକ ଅଟନ୍ତି।

Gade chapit la Kopi




କଲସୀୟ 1:15
23 Referans Kwoze  

ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?


ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ।


ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।


କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।


“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, “ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।”


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍।


ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।


କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।


ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;


ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।


ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?”


ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।


Swiv nou:

Piblisite


Piblisite