Biblia Todo Logo
Bib sou entènèt

- Piblisite -




କଲସୀୟ 1:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ଵାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

22 କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 କିନ୍ତୁ ବର୍ତ୍ତମାନ ଈଶ୍ୱର ତୁମ୍ଭମାନଙ୍କୁ ପବିତ୍ର, ସିଦ୍ଧ ଓ ନିର୍ଦ୍ଦୋଷ ରୂପେ ତାଙ୍କ ସମ୍ମୁଖକୁ ଆଣିବା ପାଇଁ ତାଙ୍କର ପୁତ୍ରଙ୍କ ଶାରୀରିକ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ନିଜ ସହିତ ପୁନର୍ମିଳିତ କରି ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

22 କିନ୍ତୁ ଖ୍ରୀଷ୍ଟ ପୁଣି ଥରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ମିତ୍ର କରି ଦେଇଛନ୍ତି। ତାଙ୍କ ମାଂସମୟ ଶରୀରରେ, ନିଜ ମୃତ୍ୟୁ ଦ୍ୱାରା ସେ ଏହା କରିଛନ୍ତି। ନିଷ୍କଳଙ୍କ ଓ ନିର୍ଦ୍ଦୋଷ ଭାବରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ଆଗକୁ ଆଣିବା ପାଇଁ ସେ ଏହା କଲେ।

Gade chapit la Kopi




କଲସୀୟ 1:22
21 Referans Kwoze  

ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।


ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


ଦ୍ବିତୀୟ ନିୟମରେ ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ।


ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।


ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ୱାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।


କାରଣ ଈଶ୍ବରଙ୍କ ବିଷୟକ ଉଦ୍‌ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍‍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍‍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍‍ଦାନ କରିଅଛି।


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;


କାରଣ ଈଶ୍ବର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି।


ପବିତ୍ରତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି।


ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।


ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହନ୍ତି;


ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।


ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି।


କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ।


କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;


ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରିପାରୁ;


ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


Swiv nou:

Piblisite


Piblisite