Biblia Todo Logo
Bib sou entènèt

- Piblisite -




କଲସୀୟ 1:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତୁମ୍ଭେମାନେ ଯେବେ ବିଶ୍ଵାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ତଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

23 ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ତୁମ୍ଭେମାନେ ଏକ ଦୃଢ଼ ଓ ନିଶ୍ଚିତ ମୂଳଦୁଆ ଉପରେ ସଂସ୍ଥାପିତ ହୋଇ ରହିଥାଅ ଓ ସୁସମାଚାର ଶୁଣିବା ସମୟରେ ଯେଉଁ ଭରସା ଲାଭ କରିଥିଲ, ସେଥିରୁ ବିଚଳିତ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ। ସେହି ସୁସମାଚାର ହିଁ ପୃଥିବୀର ପ୍ରତ୍ୟେକଙ୍କ ନିକଟରେ ପ୍ରଚାରିତ ହେଉଛି ଓ ମୁଁ ପାଉଲ, ତାହାର ଜଣେ ବିଶ୍ୱସ୍ତ ଦାସ।

Gade chapit la Kopi

ପବିତ୍ର ବାଇବଲ

23 ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।

Gade chapit la Kopi




କଲସୀୟ 1:23
72 Referans Kwoze  

କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।


କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।


ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।”


ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,


କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”


ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,


ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।


ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,


ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ;


ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ।


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।


ଈଶ୍ବର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ବରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ।


କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।


କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।


ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।


ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ?


ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।


ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।


ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।


ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।


ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ।


ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।


ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।


ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ। କାରଣ ଆମ୍ଭେମାନେ ଏଥିନିମନ୍ତେ ନିରୂପିତ ବୋଲି ତୁମ୍ଭେମାନେ ତ ଜାଣ।


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି।


ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି;


କାରଣ ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ।


ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।


ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।


ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକ ମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ।


କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।


ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ।


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।


ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”


ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।”


କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା।


ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା।


ଧାର୍ମିକ ଲୋକ ଯେତେବେଳେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ତହିଁରେ ମରେ, ସେତେବେଳେ ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ମରିବ।


ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ଡଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ।”


ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।


ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”


ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


Swiv nou:

Piblisite


Piblisite