କଲସୀୟ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, Gade chapit laପବିତ୍ର ବାଇବଲ (Re-edited) - (BSI)13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ଵର ତାହାଙ୍କ ସହିତ ସଜୀବ କରିଅଛନ୍ତି; ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, Gade chapit laଓଡିଆ ବାଇବେଲ13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ୱର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, Gade chapit laପବିତ୍ର ବାଇବଲ (CL) NT (BSI)13 ତୁମ୍ଭମାନଙ୍କର ପାପ ହେତୁ ଏବଂ ତୁମ୍ଭେମାନେ ବ୍ୟବସ୍ଥାବିହୀନ ଅଣଇହୁଦୀ ଥିବାରୁ ଏକଦା ତୁମ୍ଭେମାନେ ଆଧ୍ୟାତ୍ମିକଭାବେ ମୃତ ଥିଲ; କିନ୍ତୁ ଈଶ୍ୱର ବର୍ତ୍ତମାନ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କୁ ସଞ୍ଜୀବିତ କରାଇଛନ୍ତି। ଈଶ୍ୱର ଆମ୍ଭମାନଙ୍କର ସମସ୍ତ ପାପ କ୍ଷମା କରିଛନ୍ତି। Gade chapit laପବିତ୍ର ବାଇବଲ13 ତୁମ୍ଭେ ନିଜର ପାପ ହେତୁରୁ ଏବଂ ତୁମ୍ଭର ପାପ ସ୍ୱଭାବ ହେତୁ ସ୍ୱାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ୱର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ୱର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ୟ କଲେ। Gade chapit la |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”