Biblia Todo Logo
Bib sou entènèt

- Piblisite -




କଲସୀୟ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇ ଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେ ଆମ୍ଭମାନଙ୍କ ବିରୁଦ୍ଧରେ ଥିବା ବ୍ୟବସ୍ଥାର ଦଲିଲ୍ ଏବଂ ଏହାର ବିଧିବିଧାନକୁ କ୍ରୁଶବିଦ୍ଧ କରି ଋଦ୍ଧ କରି ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ନିୟମଗୁଡ଼ିକ ପାଳନ ନ କରି ପାରିବା ଦ୍ୱାରା, ଆମ୍ଭ ବିରୁଦ୍ଧରେ ଲେଖା ଯାଇଥିବା ଚିଠାଟିକୁ ପରମେଶ୍ୱର ବ୍ୟର୍ଥ ବୋଲି ପ୍ରମାଣିତ କରି, ଆମ୍ଭକୁ କ୍ଷମା କଲେ। ଆମ୍ଭର ବିରୁଦ୍ଧାତ୍ମକ ସେହି ଚିଠାକୁ ପରମେଶ୍ୱର ନେଇଗଲେ ଓ କ୍ରୁଶ ଉପରେ ଟଙ୍ଗାଇ ଦେଲେ।

Gade chapit la Kopi




କଲସୀୟ 2:14
21 Referans Kwoze  

ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।


ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।


ସେ “ନୂତନ ନିୟମ” ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।


ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;


ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ମୌଳିକ ଶିକ୍ଷା ପ୍ରତି ମୃତ ହୋଇଅଛ,


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।


ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,


ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”


ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।


ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ।


କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।


ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜନା କର।


ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍‍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।


ଆଉ ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ସମ୍ମୁଖରୁ ସେମାନଙ୍କ ପାପ ମାର୍ଜିତ ନ ହେଉ; କାରଣ ନିର୍ମାଣକାରୀମାନଙ୍କ ସାକ୍ଷାତରେ ସେମାନେ ତୁମ୍ଭକୁ ବିରକ୍ତ କରିଅଛନ୍ତି।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।


ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।”


Swiv nou:

Piblisite


Piblisite