Biblia Todo Logo
Bib sou entènèt

- Piblisite -




କଲସୀୟ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟଯାତ୍ରା କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

15 ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ପୁଣି ସେହି କ୍ରୁଶ ଉପରେ ଖ୍ରୀଷ୍ଟ ସମସ୍ତ ପ୍ରକାର ଶକ୍ତି ଓ ଆଧିପତ୍ୟରୁ ନିଜକୁ ମୁକ୍ତ କରିଛନ୍ତି ଓ ସେମାନଙ୍କୁ ବନ୍ଦୀ କରି ନିଜର ବିଜୟ ଶୋଭା ଯାତ୍ରାରେ ସର୍ବସାଧାରଣଙ୍କ ସମ୍ମୁଖରେ ସେମାନଙ୍କୁ ଉପହାସ୍ୟ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

15 ପରମେଶ୍ୱର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ୱାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜୟୀ ହେଲେ। ପରମେଶ୍ୱର ସଂସାରକୁ ଦେଖାଇ ଦେଲେ ଯେ ସେମାନେ ଶକ୍ତିହୀନ ଅଟନ୍ତି।

Gade chapit la Kopi




କଲସୀୟ 2:15
25 Referans Kwoze  

ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରିପାରନ୍ତି;


ଏଥିନିମନ୍ତେ ଉକ୍ତ ଅଛି, “ସେ ଊର୍ଦ୍ଧ୍ୱକୁ ଆରୋହଣ କରି, ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।”


ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ।


ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳିଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।


କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;


ନ୍ୟାୟବିଚାର ବିଷୟରେ କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି।


କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି।


ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।


ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।


ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;


କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହିସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ।


ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, “ସମାପ୍ତ ହେଲା” ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ।


ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ଈଶ୍ବର ପିତାଙ୍କୁ ରାଜତ୍ୱ ସମର୍ପଣ କରିବେ।


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,


ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,


ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।


Swiv nou:

Piblisite


Piblisite