Biblia Todo Logo
Bib sou entènèt

- Piblisite -




କଲସୀୟ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ଵାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;

Gade chapit la Kopi

ଓଡିଆ ବାଇବେଲ

18 ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଯେଉଁମାନେ ବିଶେଷ ଦର୍ଶନ, ଛଳ ନମ୍ରତା ଓ ସ୍ୱର୍ଗଦୂତ ପୂଜା ଉପରେ ଗୁରୁତ୍ୱ ଦେଇ ଆତ୍ମବଡ଼ିମା କରନ୍ତି, ସେମାନଙ୍କୁ ଦେଖି ତୁମ୍ଭେମାନେ ନିଜକୁ ହୀନ ମନେ କର ନାହିଁ। ଏହିପରି ଲୋକମାନେ ନିଜର ମାନବୀୟ ଚିନ୍ତା ଦ୍ୱାରା ଅହେତୁକ ଗର୍ବରେ ସ୍ଫୀତ ହୋଇଥାଆନ୍ତି।

Gade chapit la Kopi

ପବିତ୍ର ବାଇବଲ

18 କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି।

Gade chapit la Kopi




କଲସୀୟ 2:18
42 Referans Kwoze  

ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;


ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ।


ଏହି ପ୍ରକାର ଶିକ୍ଷା ତ ସ୍ୱେଚ୍ଛା-ଉପାସନା, ନମ୍ରତା ଏବଂ ଶରୀର ପ୍ରତି କଠୋର ବ୍ୟବହାର ଦ୍ୱାରା ଜ୍ଞାନର ନାମ ପାଇଅଛି, କିନ୍ତୁ ସେଥିର ମୂଲ୍ୟ ନାହିଁ, ତଦ୍ୱାରା କେବଳ ଶାରୀରିକ ଭାବର ତୃପ୍ତି ହୁଏ।


ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ


କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।


କାରଣ ସେମାନେ ଈଶ୍ବରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ। ଆମେନ୍‍।


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।


ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।


ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।


ପଶ୍ଚାତ୍‍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି।


କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।


ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।


ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।


କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”


ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।


ଜଗତର ସୃଷ୍ଟିଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ ପ୍ରଣାମ କରିବେ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,


କେହି ଯେପରି ତୁମ୍ଭମାନଙ୍କୁ ବାକ୍‍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।


କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;


ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,


ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।


ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି।


ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ?


କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।


ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ।


“ଏ କିଏ ଯେ, ଜ୍ଞାନରହିତ କଥା ଦ୍ୱାରା ମନ୍ତ୍ରଣାକୁ ଅନ୍ଧକାରମୟ କରୁଅଛି?


ଗୁପ୍ତ ବିଷୟସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ।


ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;


Swiv nou:

Piblisite


Piblisite