Biblia Todo Logo
Bib sou entènèt

- Piblisite -




କଲସୀୟ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତୁମେ ସମସ୍ତେ ଯେପରି ଉତ୍ସାହିତ ହେବ, ପରସ୍ପର ସହିତ ପ୍ରେମରେ ଆବଦ୍ଧ ହେବ ଓ ପ୍ରକୃତ ଜ୍ଞାନ ଲାଭ କରି ନିଶ୍ଚିତ ଭରସାରୂପ ସମ୍ପଦର ପୂର୍ଣ୍ଣ ଅଧିକାରୀ ହେବ, ଏହା ମୋର ଉଦ୍ଦେଶ୍ୟ। ଏହା ଦ୍ୱାରା ତୁମେ ସମସ୍ତେ ଜାଣିବ ଯେ, ଯୀଶୁ ଖ୍ରୀଷ୍ଟ ହିଁ ଈଶ୍ୱରଙ୍କ ସେହି ନିଗୂଢ଼ ତତ୍ତ୍ୱ।

Gade chapit la Kopi

ପବିତ୍ର ବାଇବଲ

2 ମୁଁ ଇଚ୍ଛା କରେ ଯେ ସେମାନେ ପ୍ରେମରେ ବାନ୍ଧି ହୋଇ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ୟ ଇଚ୍ଛା କରେ ଯେ ସେମାନେ ବୋଧଶକ୍ତି ଦ୍ୱାରା ପ୍ରାପ୍ତ ଦୃଢ଼ ବିଶ୍ୱାସରେ ଧନୀ ହୁଅନ୍ତୁ। ମୋର ଇଚ୍ଛା ଯେ ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ୱାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ୟ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ।

Gade chapit la Kopi




କଲସୀୟ 2:2
58 Referans Kwoze  

ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।


ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।


ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।


ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା,


ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,


ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,


ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


ଈଶ୍ବର ଆପଣା ଗୌରବ ଓ ସଦ୍‍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।


ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।


ମୁଁ ଓ ପିତା ଏକ।


ଆଉ, ଆପଣ ଯେ ଈଶ୍ବରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ।


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,


ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ବରଙ୍କ ଅଭିମତ ଜ୍ଞାତ ହୋଇ


ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।


ଯେପରି ଈଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ବରଙ୍କ ଆତ୍ମା ପାଇଅଛୁ।


ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।


ଯାହା ଯାହା ପିତାଙ୍କର, ସେହିସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।”


କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋʼ ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥିନିମନ୍ତେ କର୍ମସବୁ ବିଶ୍ୱାସ କର।”


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।


ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।”


ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।


ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;


ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।


ମୋʼ ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର, ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।


ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।


ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!


ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।


ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,


ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍‍।


ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ।


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।


ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ବରଙ୍କ ସହକର୍ମୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।


ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।


ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର ଦତ୍ତ ଜ୍ଞାନ ଅଛି।


ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ।


ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ,


କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?


କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି, ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହିପାର।


ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।


ଅର୍ଥାତ୍‍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।


ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,


ସେହି ନିଗୂଢ଼ତତ୍ତ୍ୱ ପ୍ରାଚୀନକାଳ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି।


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।


ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,


Swiv nou:

Piblisite


Piblisite