Biblia Todo Logo
Bib sou entènèt

- Piblisite -




କଲସୀୟ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏପରି ସ୍ଥଳେ ଗ୍ରୀକ୍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ଵାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି ସମସ୍ତଙ୍କଠାରେ ବାସ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୂଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଫଳରେ, ଇହୁଦୀ, ଅଣଇହୁଦୀ, ସୁନ୍ନତ ଓ ଅସୁନ୍ନତ, ମ୍ଲେଚ୍ଛ, ବର୍ବର, କ୍ରୀତଦାସ ବା ସ୍ୱାଧୀନ ବ୍ୟକ୍ତି ମଧ୍ୟରେ ଆଉ କୌଣସି ପ୍ରଭେଦ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କ ମଧ୍ୟରେ ଅଛନ୍ତି ଓ ସେ ହେଉଛନ୍ତି ସର୍ବେସର୍ବା।

Gade chapit la Kopi

ପବିତ୍ର ବାଇବଲ

11 ଏହି ନୂତନ ଜୀବନରେ ଯିହୂଦୀ ଓ ଅଣଯିହୂଦୀମାନଙ୍କ ମଧ୍ୟରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍କୁଥୀୟମାନଙ୍କ ମଧ୍ୟରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ୱାଧୀନ ଭିତରେ ମଧ୍ୟ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠାରେ ଅଛନ୍ତି। ଯାହା ମହତ୍ତ୍ୱପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।

Gade chapit la Kopi




କଲସୀୟ 3:11
54 Referans Kwoze  

ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।


କାରଣ ଯିହୁଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।


ଅର୍ଥାତ୍‍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;


ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍‍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।


କିମ୍ବା ଈଶ୍ବର କି କେବଳ ଯିହୁଦୀମାନଙ୍କର ଈଶ୍ବର? ସେ କି ଅଣଯିହୁଦୀମାନଙ୍କର ମଧ୍ୟ ଈଶ୍ବର ନୁହଁନ୍ତି? ହଁ, ଅଣଯିହୁଦୀମାନଙ୍କର ମଧ୍ୟ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।


ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର।


ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୁଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି।


ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।


ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”


କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।


ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ।” ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି।


ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।


ଗ୍ରୀକ୍‍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ।


ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।


ବର୍ବରମାନେ ତାହାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ।


ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅଭ୍ୟର୍ଥନା କଲେ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।


ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”


କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ୱଚ୍ଛନ୍ଦରେ ସେବା କର।


ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,


ଏଣୁ ମୁଁ ଯଦି ସେହି ଶବ୍ଦର ଅର୍ଥ ନ ବୁଝେ, ତେବେ ଯେ କହେ, ମୁଁ ତାହା ପ୍ରତି ବର୍ବର ପରି ହେବି, ଆଉ ସେ ମୋʼ ନିକଟରେ ବିଦେଶୀୟ ପରି ହେବ।


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।


ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,


କାରଣ ସେ ତ ଆମ୍ଭମାନଙ୍କ ଶାନ୍ତି, ସେ ଶତ୍ରୁତାରୂପ ମଧ୍ୟବର୍ତ୍ତୀ ବିଚ୍ଛେଦ-ପ୍ରାଚୀର ଭଗ୍ନ କରି ଉଭୟକୁ ଏକ କରିଅଛନ୍ତି,


ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,


Swiv nou:

Piblisite


Piblisite